କଟକ : ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗର ସ୍ବତନ୍ତ୍ର ସଚିବ ତଥା ବିତ୍ତ ଉପଦେଷ୍ଟା ଅଜୟ କୁମାର ଦାସ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତରେ ଜାମିନ ଖାରଜ ହେବା ପରେ ତାଙ୍କ ପକ୍ଷରୁ ହାଇକୋର୍ଟରେ ନିୟମିତ ଜାମିନ ଆବେଦନ ଦାୟର କରାଯାଇଛି। ସୂଚନାଯୋଗ୍ୟ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଶ୍ରୀ ଦାସଙ୍କୁ ଗତ ୧୩ ତାରିଖରେ ଗିରଫ କରି କୋର୍ଟଚାଲାଣ କରିଥିଲା। ଶ୍ରୀ ଦାସଙ୍କ ଜବତ ସ୍ଥାବର ଓ ଅସ୍ଥାବର ସଂପତ୍ତିର ମୂଲ୍ୟ ୩ କୋଟି ଟଙ୍କାରୁ ଅଧିକ ହେବ‌ ବୋଲି ଆକଳନ କରାଯାଉଛି। ମାମଲାର ତଦନ୍ତ ଭିଜିଲାନ୍ସ ଜାରି ରଖିଛି।



from ଜିଲ୍ଲା – Sambad https://ift.tt/3kRvFCs