
ଭୁବନେଶ୍ୱର: ଆଗାମୀ ୧୩ ତାରିଖ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ, ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ରବିବାର ଅପରାହ୍ନ ସୁଦ୍ଧା ରାଜ୍ୟର ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ମୟୂରଭଞ୍ଜ, କାଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ବୌଦ୍ଧ, କନ୍ଧମାଳ, କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଏହି ସମୟ ମଧ୍ୟରେ କାଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ଗଞ୍ଜାମ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାମାନଙ୍କରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସମସ୍ତ ଜିଲ୍ଲଗୁଡ଼ିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ, ସୋମବାର ଅପରାହ୍ନ ମଧ୍ୟରେ ଦକ୍ଷିଣ ଓଡ଼ିଶାର ବହୁ ଜିଲ୍ଲା ତଥା ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ଗଜପତି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏତଦ୍ବ୍ୟତୀତ ରାୟଗଡ଼ା, ମାଲକାନଗିରି, ଗଞ୍ଜାମ, ବଲାଙ୍ଗୀର, ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନାରୁ ଏହି ସମସ୍ତ ଜିଲ୍ଲଗୁଡ଼ିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
from ଜିଲ୍ଲା – Sambad https://ift.tt/3gGAbRR
0 Comments