ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ ଘଟିଥିବା ଜଣାଯାଇଛି। ଆଜି ସକାଳ ୬ଟା ୫୯ ମିନିଟ୍ ସମୟରେ ତାଙ୍କର ପରଲୋକ ଘଟିଥିବା ନେଇ ଏକମାତ୍ର ପୁଅ ମସୁଦ ଅଲ୍ଲୀ ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ଗତ ୭ ତାରିଖରେ ଅସୁସ୍ଥତା ଅନୁଭବ କରିବାରୁ ଶେଖ୍ ମତଲୁବ ଅଲ୍ଲୀଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।
ଶେଖ୍ ମତଲୁବ ଅଲ୍ଲୀ ୧୯୪୨ ମସିହା ଡିସେମ୍ବର ୧୬ ତାରିଖରେ ଜନ୍ମଗ୍ରହଣ କରିଥିଲେ। ସେ କଂଗ୍ରେସ ଟିକେଟରେ ୪ଥର କଟକ ଜିଲ୍ଲାର ମାହାଙ୍ଗା ନିର୍ବାଚନମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେଏବଂ ପ୍ରତ୍ୟେକ ଥର ତାଙ୍କୁ ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିଥିଲା। ସେ ଗ୍ରାମ୍ୟ ଉନ୍ନୟନ, ଉଚ୍ଚଶିକ୍ଷା ଭଳି ଅଧିକାଂଶ ଗୁରୁତ୍ତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ନିର୍ବାହ କରିଥିଲେ। ସେ ଜଣେ ସାହିତ୍ୟିକ ଓ ସଂସ୍କୃତିପ୍ରେମୀ ବ୍ୟକ୍ତି ଭାବେ ବେଶ୍ ଜଣାଶୁଣା ଥିଲେ। ଗଣକବି ବୈଷ୍ଣବ ପାଣିଙ୍କ କୃତିର ପ୍ରଚାର ପ୍ରସାର ଦିଗରେ ତାଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ଥିଲା। ତାଙ୍କ ବିୟୋଗରେ ରାଜନୈତିକ ଏବଂ ସାଂସ୍କୃତିକ ମହଲରେ ଶୋକର ଛାୟା ଖେଳିଯାଇଛି।
from ଜିଲ୍ଲା – Sambad https://ift.tt/3ct1ayJ
0 Comments