
ବାଲେଶ୍ୱର : ବାଲେଶ୍ୱର ସଦର ଉପନିର୍ବାଚନ ପାଇଁ ଆଜି କଂଗ୍ରେସ ଓ ବିଜେଡି ପକ୍ଷରୁ ପ୍ରାର୍ଥୀପତ୍ର ଦାଖଲ କରାଯାଇଛି। କଂଗ୍ରେସ ପ୍ରାର୍ଥୀ ମମତା କୁଣ୍ଡୁ ନିଜର ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ଆସି ପ୍ରାର୍ଥୀପତ୍ର ଦାଖଲ କରିଥିବା ଜଣାଯାଇଛି। ତାଙ୍କ ସହ ବରିଷ୍ଠ କଂଗ୍ରେସ ନେତା ଦିବ୍ୟଜ୍ୟୋତି ପଟ୍ଟନାୟକ ଓ ସୁଦର୍ଶନ ଦାସ ପ୍ରମୁଖ ଉପସ୍ଥିତ ଥିଲେ।

ଅପରପକ୍ଷରେ ବିଜେଡି ପ୍ରାର୍ଥୀ ସ୍ବରୂପ କୁମାର ଦାସ ନିଜର ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ଆସି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ସମୟରେ ତାଙ୍କ ସହ ଜିଲ୍ଲା ସଭାପତି ରବୀନ୍ଦ୍ର ଜେନା, ପର୍ଯ୍ୟବେକ୍ଷକ ପ୍ରତାପ ଜେନା, ମନ୍ତ୍ରୀ ସମୀର ରଂଜନ ଦାଶ, ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ବିଧାୟକ ଦେବୀ ମିଶ୍ର ଓ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ ପ୍ରମୁଖ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ବାଲେଶ୍ବର ସଦର ନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ମାନସ କୁମାର ଦତ୍ତ ଗତକାଲି ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ଏହି ସମୟରେ ମାଆ ପ୍ରେମଲତା ଦତ୍ତ, କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ବର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଉପସ୍ଥିତ ଥିଲେ।
The post ବାଲେଶ୍ୱର ସଦର ଉପନିର୍ବାଚନ ପାଇଁ କଂଗ୍ରେସ ଓ ବିଜେଡି ପକ୍ଷରୁ ପ୍ରାର୍ଥୀପତ୍ର ଦାଖଲ first appeared on Sambad.
from ଜିଲ୍ଲା – Sambad https://ift.tt/3lNIvRJ
0 Comments