ଭୁବନେଶ୍ୱର: ଆଗାମୀ ଅକ୍ଟୋବର ୧୯ ତାରିଖରେ ବଙ୍ଗୋବସାଗରର କେନ୍ଦ୍ରୀୟ ଉପକୂଳରେ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ଏଥିସହ ବଙ୍ଗୋପସାଗରର ପଶ୍ଚିମବଙ୍ଗ ଉପକୂଳରୁ ପୂର୍ବ କେନ୍ଦ୍ରୀୟ ଆରବ ସାଗର ପର୍ଯ୍ୟନ୍ତ ଏକ ଟ୍ରଫ୍ ଲାଇନ ବର୍ତ୍ତମାନ ସକ୍ରିୟ ରହିଛି। ଏହାର ପ୍ରଭାବରେ ଓଡିଶା ଉପରେ ଦକ୍ଷିଣ- ପଶ୍ଚିମ ମୌସୁମୀ ଏବେ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଉପକୂଳ ଓଡିଶା, ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ବହୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ଗତ ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ବର୍ଷା ହୋଇଯାଇଛି। ଏବଂ ରାଜ୍ୟରେ ବର୍ଷାର ପ୍ରଭାବ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।
#୧୯ଅକ୍ଟୋବର ବେଳକୁ #କେନ୍ଦ୍ରୀୟ #ବଙ୍ଗୋପସାଗର ଅଂଚଳରେ #ଲଘୁଚାପ ସମ୍ଭାବନା | pic.twitter.com/9aSlaDd92r
— Meteorological Centre, Bhubaneswar (@mcbbsr) October 15, 2020
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୧୬ ଅକ୍ଟୋବର ମଧ୍ୟାହ୍ନ ସୁଦ୍ଧା ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ରାଜ୍ୟର ଅନ୍ୟାନ୍ୟ ଜିଲ୍ଲାମାନଙ୍କର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଥିବା ଜାରି ସତର୍କ ସୂଚନାରେ କୁହାଯାଇଛି। ଏହି ସମୟ ମଧ୍ୟରେ କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ନବରଙ୍ଗପୁର, କୋରାପୁଟ, ରୟାଗଡା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଜଗତସିଂହପୁର ଏବଂ କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି।
୧୭ ଅକ୍ଟୋବର ମଧ୍ୟାହ୍ନ ସୁଦ୍ଧା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏହି ସମୟ ମଧ୍ୟରେ ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା ଏବଂ କନ୍ଧମାଳ ଜିଲ୍ଲାରେ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ଉପରୋକ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
The post ୧୯ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ; ୧୭ ପର୍ଯ୍ୟନ୍ତ ରହିଛି ବର୍ଷା ସମ୍ଭାବନା first appeared on Sambad.
from ଜିଲ୍ଲା – Sambad https://ift.tt/3lQTMRA
0 Comments