
କଟକ: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟ ସଚେତକ ଗୁରୁପଦ ନନ୍ଦଙ୍କ ଆଜି କଟକର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। ତାଙ୍କର ଦୁଇ ପୁଅ ଏବଂ ଗୋଟିଏ ଝିଅ ଅଛନ୍ତି।
ଗୁରୁପଦ ନନ୍ଦ କଂଗ୍ରେସ ଟିକେଟରେ ରାଉରକେଲା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହାଛଡ଼ା ସେ ସରକାରୀ ଦଳର ମୁଖ୍ୟ ସଚେତକ ଭାବେ ବି ଦାୟିତ୍ବ ନିର୍ବାହ କରିଥିଲେ। ସେ କଟକ ଜିଲ୍ଲା କଂଗ୍ରେସ କମିଟିର ସଭାପତି ମଧ୍ୟ ଥିଲେ। ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି।
The post ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟ ସଚେତକ ଗୁରୁପଦ ନନ୍ଦଙ୍କ ପରଲୋକ first appeared on Sambad.
from ଜିଲ୍ଲା – Sambad https://ift.tt/2T7t6j5
0 Comments