କଟକ : ହାଇକୋର୍ଟ ଓ ଏହାର କାର୍ଯ୍ୟାଳୟ ୨୦୨୧, ଜାନୁଆରି ୮ ତାରିଖ ପର୍ଯ୍ୟନ୍ତ ପୂର୍ବଭଳି କଟକଣା ଭିତରେ କାର୍ଯ୍ୟ କରିବ। କରୋନା ଭୂତାଣୁ ସଂକ୍ରମଣ ସ୍ଥିତିକୁ ଦୃଷ୍ଟିରେ ରଖି ହାଇକୋର୍ଟ ପକ୍ଷରୁ ଏ ନେଇ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି। ଫୁଲ୍ କୋର୍ଟରେ ଗ୍ରହଣ କରାଯାଇଥିବା ନିଷ୍ପତ୍ତି ଅନୁସାରେ ଏପରି ବିଜ୍ଞପ୍ତି ପ୍ରକାଶ ପାଇଛି।

ପୂର୍ବରୁ କୋର୍ଟ କାର୍ଯ୍ୟ ନେଇ ଅଗଷ୍ଟ ୨୧ରେ ଜାରି କରାଯାଇଥିବା ନିର୍ଦ୍ଦେଶନାମା ଏହି ଅବଧି ପାଇଁ ବଳବତ୍ତର ରହିବ ବୋଲି ଆଜି ହାଇକୋର୍ଟ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ଫଳରେ ପୂର୍ବଭଳି ଭିଡିଓ କନଫରେନ୍ସିଂ ବ୍ୟବସ୍ଥା ମାଧ୍ୟମରେ ମାମଲା ଶୁଣାଣି ଜାରି ରହିବ। ଉଭୟ ପୁରୁଣା ଓ ନୂଆ ଜରୁରୀ ମାମଲା ଗୁଡିକର ଶୁଣାଣି କରାଯିବ। ଏଥିସହିତ ରାଜ୍ୟର ସମସ୍ତ ସବ୍ଅର୍ଡିନେଟ୍ କୋର୍ଟ (ନିମ୍ନ ଅଦାଲତ) ଓ ଟ୍ରିବ୍ୟୁନାଲର କୋର୍ଟ କାର୍ଯ୍ୟ ନେଇ ହାଇକୋର୍ଟ ପକ୍ଷରୁ ସାନି ନିର୍ଦ୍ଦେଶନାମା ଜାରି କରାଯାଇଛି। ପୂର୍ବର ୨୧.୮.୨୦୨୦ ନିର୍ଦ୍ଦେଶନାମା ଅନୁସାରେ ଅନ୍ୟାଦେଶ ପର୍ଯ୍ୟନ୍ତ ନିମ୍ନ ଅଦାଲତ ଗୁଡିକ କାର୍ଯ୍ୟ ଜାରି ରହିବ ବୋଲି ହାଇକୋର୍ଟ ପକ୍ଷରୁ ଜାରି ବିଜ୍ଞପ୍ତିରେ ସ୍ପଷ୍ଟ କରାଯାଇଛି।

The post ହାଇକୋର୍ଟ ପକ୍ଷରୁ ସାନି ବିଜ୍ଞପ୍ତି : ଜାନୁଆରି ୮ ପର୍ଯ୍ୟନ୍ତ ଭିଡିଓ କନଫରେନ୍ସିଂରେ ଶୁଣାଣି first appeared on Sambad.



from ଜିଲ୍ଲା – Sambad https://ift.tt/390zuBF