ଦଶପଲ୍ଲା: ନୟାଗଡ଼ ଜିଲ୍ଲା ଦଶପଲ୍ଲାରେ ଗତକାଲି ବିଳମ୍ବିତ ରାତିରେ ଅଜଣା ଗାଡ଼ି ଧକ୍କାରେ ଜଣେ ବାଇକ୍ ଆରୋହୀ ଯୁବକଙ୍କ ମୃତ୍ୟୁ ଘଟିଛି।
ମୃତ ବ୍ୟକ୍ତି ଜଣକ ନୂଆଗାଁ ଥାନା ସିକ୍ରୀଡ଼ା ଗ୍ରାମର ବିପ୍ର ପରିଡ଼ା ବୋଲି ଜଣାପଡିଛି। ଦଶପଲ୍ଲାର ଡିହଗାଁଠାରେ ଏହି ଦୁର୍ଘଟଣା ଘଟିଥିଲା।

ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଦଶପଲ୍ଲା ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ଘଟଣା ସ୍ଥଳରେ ଦଶପଲ୍ଲା ପୁଲିସ ପହଞ୍ଚିଛି। ପ୍ରାଥମିକ ଅନୁସନ୍ଧାନରୁ କୌଣସି ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି।

The post ଅଜଣା ଗାଡ଼ି ଧକ୍କାରେ ବାଇକ ଆରୋହୀ ମୃତ first appeared on Sambad.



from ଜିଲ୍ଲା – Sambad https://ift.tt/2UtnAIa