କଟକ : ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଚଳିତ ମାସ ୯ତାରିଖରୁ ଆରମ୍ଭ ହେବାକୁ ଥିବା ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷା (ମାଟ୍ରିକ୍-୨୦୨୧) ଫର୍ମ ପୂରଣକୁ ସ୍ଥଗିତ କରାଯାଇଛି। ଫର୍ମ ପୂରଣ ସଂକ୍ରାନ୍ତରେ ଗଣଶିକ୍ଷା ବିଭାଗ ପକ୍ଷରୁ ଗତକାଲି ବିଜ୍ଞପ୍ତି ପ୍ରକାଶ ପାଇଥିଲା। କିନ୍ତୁ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ (ଓଷ୍ଟା) ସଂଘ ଏହାର ଦୃଢ଼ ବିରୋଧ କରିଥିଲା। ଏଥି ପାଇଁ ‌ବୋର୍ଡ ପକ୍ଷରୁ ଏହାକୁ ସ୍ଥଗିତ ରଖାଯାଇଛି। ଗଣଶିକ୍ଷା ବିଭାଗ ପକ୍ଷରୁ ଏସଂକ୍ରାନ୍ତରେ ଆଉ ଥରେ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଦଶମ ଛାତ୍ରଛାତ୍ରୀଙ୍କ ଫର୍ମ ପୂରଣ କରାଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

The post ମାଟ୍ରିକ୍ ପରୀକ୍ଷା ଫର୍ମ ପୂରଣ ସ୍ଥଗିତ first appeared on Sambad.



from ଜିଲ୍ଲା – Sambad https://ift.tt/3l8bJuI