
ଢେଙ୍କାନାଳ : ଭାରତୀୟ ଜନତା ପାର୍ଟି ଢେଙ୍କାନାଳ ଶାଖା ପକ୍ଷରୁ ଆଜି ସ୍ଥାନୀୟ ମିନି ଷ୍ଟାଡିୟମ ଠାରେ କୃଷକ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଏଥିରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏଥିରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଉଦବୋଧନ ଦେଇ କହିଛନ୍ତି ଯେ ଚାଷୀଙ୍କୁ ଆତ୍ମନିର୍ଭର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଜନା ଆରମ୍ଭ କରିଛନ୍ତି। ଚାଷୀଙ୍କ ଆୟ ଦ୍ୱିଗୁଣିତ କରିବାକୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି, କୃଷିକୁ ବ୍ୟବସାୟର ରୂପ ଦେବା ପାଇଁ ପଦକ୍ଷେପ ନିଆଯାଇଛି। ନୂଆ କୃଷି ଆଇନ ଯୋଗୁ ଚାଷୀଙ୍କର ଲାଭ ବଢ଼ିବ ବୋଲି ବି ସେ ଜୋର୍ ଦେଇ କହିଛନ୍ତି।
ଏଥିରେ ପୂର୍ବତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପୂର୍ବତନ ରାଜସ୍ବ ମନ୍ତ୍ରୀ ମନମୋହନ ସାମଲ,ରାଜ୍ୟ କୃଷକ ମୋର୍ଚ୍ଚାର ସଭାପତି ପ୍ରଦୀପ ପୁରୋହିତ, ବିଜେପି ନେତ୍ରୀ ପିଙ୍କି ପ୍ରଧାନ, ଢେଙ୍କାନାଳର ପୂର୍ବତନ ସାଂସଦ ରୁଦ୍ର ନାରାୟଣ ପାଣି, ଅନୁଗୁଳ ଜିଲ୍ଲା ସଭାପତି ଦିଲେଶ୍ଵର ପ୍ରଧାନ, ପୂର୍ବତନ ବିଧାୟକ କୃଷ୍ଣ ଚନ୍ଦ୍ର ପାତ୍ର, ଢେଙ୍କାନାଳ ପ୍ରଭାରୀ ପ୍ରଭାତି ପରିଡ଼ା ପ୍ରମୁଖଙ୍କ ସମେତ ବହୁ କାର୍ଯ୍ୟକର୍ତ୍ତା ମଞ୍ଚାସୀନ ଥିଲେ। ଏହି କାର୍ଯ୍ୟକ୍ରମରେ ଢେଙ୍କାନାଳ ଓ ଅନଗୁଳ ଜିଲ୍ଲାର ବହୁ ଚାଷୀ ଯୋଗ ଦେଇଥିଲେ।
The post ନୂଆ କୃଷି ଆଇନ ଯୋଗୁ ଚାଷୀଙ୍କର ଲାଭ ବଢ଼ିବ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ first appeared on Sambad.
from ଜିଲ୍ଲା – Sambad https://ift.tt/3mT5tae
0 Comments