
ପୁରୀ: ଆସନ୍ତା ୨୩ ତାରିଖରୁ ଶ୍ରୀମନ୍ଦିର ଖୋଲିବ ବୋଲି ପୁରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଶ୍ରୀମନ୍ଦିର ସହ ପୁରୀ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଖୋଲିବ ବୋଲି ସେ କହିଛନ୍ତି। କୋଭିଡ୍ କଟକଣା ମାନି ଶ୍ରଦ୍ଧାଳୁ ଦର୍ଶନ କରିବେ।
ପ୍ରଥମ ଦୁଇ ଦିନ ଅର୍ଥାତ ୨୩ ଓ ୨୪ ତାରିଖ ଦୁଇ ଦିନ ସେବାୟତଙ୍କ ପରିବାରକୁ ମହାପ୍ରଭୁଙ୍କୁ ଦର୍ଶନ ଅନୁମତି ମିଳିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଏହି ଦୁଇ ଦିନ ପରେ ପୁରୀ ସହରବାସୀଙ୍କୁ ଦର୍ଶନ ସୁବିଧା ମିଳିବ। ସକାଳୁ ସନ୍ଧ୍ୟା ଯାଏ ବିଭିନ୍ନ ୱାର୍ଡ ବାସିନ୍ଦାଙ୍କୁ ପର୍ଯ୍ୟାୟକ୍ରମେ ମହାପ୍ରଭୁଙ୍କୁ ଦର୍ଶନ ଲାଗି ଅନୁମତି ମିଳିବ ବୋଲି ଜିଲ୍ଲାପାଳ କହିଛନ୍ତି।
The post ୨୩ରୁ ଖୋଲିବ ଶ୍ରୀମନ୍ଦିର, ସୂଚନା ଦେଲେ ପୁରୀ ଜିଲ୍ଲାପାଳ first appeared on Sambad.
from ଜିଲ୍ଲା – Sambad https://ift.tt/3mvsmjY
0 Comments