
ମୟୂରଭଞ୍ଜ: ବାରିପଦାରେ ଅବସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟକୁ ମୟୂରଭଞ୍ଜର ପୂର୍ବତନ ମହାରଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ କରାଗଲା ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା କରିଛନ୍ତି । ଏହାସହିତ ବିଶ୍ୱବିଦ୍ୟାଳୟ ଲାଇବ୍ରେରିର ଉନ୍ନତି ପାଇଁ ମଧ୍ୟ ସରକାର ପଦକ୍ଷେପ ନେବେ ବୋଲି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଓଡ଼ିଶାର ବିକାଶରେ ମୟୂରଭଞ୍ଜ ମହାରାଜାଙ୍କର ବିଶେଷ ଅବଦାନ ରହିଛି ଏବଂ ଚଳିତବର୍ଷ ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ୧୫୦ତମ ଜୟନ୍ତୀ ପାଳନ କରାଯାଉଥିବା ଅବସରରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ପୂର୍ବରୁ ବିଜେଡିର କାର୍ଯ୍ୟକାରିଣୀ ବୈଠକରେ ଦଳର ସଭାପତି ଭାବେ ନବୀନ ପଟ୍ଟନାୟକ ଏହି ପ୍ରସ୍ତାବ ପାରିତ କରିଥିଲେ।
The post ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ ହେଲା first appeared on Sambad.
from ଜିଲ୍ଲା – Sambad https://ift.tt/3rq2edR
0 Comments