
ରାୟଗଡ଼ା: କୋଇଲା ବୋଝେଇ ଟ୍ରକରେ ଲାଗିଲା ନିଆଁ। ଆଜି ସକାଳେ ରାୟଗଡା ଜିଲ୍ଲା ଶେଷଖାଲ ଥାନା ଅନ୍ତର୍ଗତ ପ୍ରତାପପୁର ନିକଟରେ ଏକ କୋଇଲା ବୋଝେଇ ଟ୍ରକରେ କୌଣସି କାରଣରୁ ନିଆଁ ଲାଗି ଯାଇଥିଲା। ଟ୍ରକଟି ବିଶାଖାପାଟଣାରୁ କୋଇଲା ନେଇ ରାୟଗଡ଼ା ପଟକୁ ଆସୁଥିବା ବେଳେ ପ୍ରତାପପୁର ନିକଟରେ ନିଆଁ ଲାଗିଥିବା ଦେଖି ଡ୍ରାଇଭର ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ।
ଖବର ପାଇ ରାୟଗଡ଼ାରୁ ଅଗ୍ନିଶମ ବାହିନୀ ଓ ଶେଷଖାଲ ପୁଲିସ ଘଟଣାସ୍ଥଳରେ ପହଞ୍ଚି ହୁତହୁତ ହୋଇ ଜଳୁଥିବା ଟ୍ରକକୁ ଲିଭାଇବା ସହ ନିଆଁକୁ ଆୟତ୍ତ କରିଛନ୍ତି। ଅଗ୍ନିକାଣ୍ଡରେ କୋଇଲା ସମେତ ଟ୍ରକର ଅଧିକାଂଶ ଭାଗ ଜଳିଯାଇଛି। ତେବେ ଅଗ୍ନିକାଣ୍ଡର କାରଣ ଏଯାଏଁ ଜଣା ପଡ଼ିନାହିଁ ।
The post କୋଇଲା ବୋଝେଇ ଟ୍ରକରେ ଲାଗିଲା ନିଆଁ, କାରଣ ଅସ୍ପଷ୍ଟ first appeared on Sambad.
from ଜିଲ୍ଲା – Sambad https://ift.tt/2MqcyTp
0 Comments