
କଣ୍ଟାମାଳ: ବୌଦ୍ଧ ଜିଲ୍ଲାର ମନମୁଣ୍ଡା ଥାନା ଅନ୍ତର୍ଗତ ୫୭ ନଂ ଜାତୀୟ ରାଜପଥର ମସିଣାପଡ଼ା ଛକ ନିକଟରେ ଥିବା ବୁଲାଣିରେ ଭାରସାମ୍ୟ ହରାଇ ଡଲଫିନ ନାମକ ଏକ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁଯାୟୀ, ବସଟି କଟକରୁ ରାୟପୁର ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ବସରେ ମୋଟ ୩୫ ଜଣ ଯାତ୍ରୀ ବସିଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିବାର ସୂଚନା ମିଳିଛି। ସୋନପୁର ଅଗ୍ନିଶମ ବିଭାଗ ପକ୍ଷରୁ ସେମାନଙ୍କୁ ଉଦ୍ଧାର କରାଯାଇ ସୋନପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ମନମୁଣ୍ଡା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
The post ଭାରସାମ୍ୟ ହରାଇ ଓଲଟିଲା ବସ୍: ୩ ଯାତ୍ରୀ ଗୁରୁତର, ସୋନପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି first appeared on Sambad.
from ଜିଲ୍ଲା – Sambad https://ift.tt/3qXOpT5
0 Comments