ରାଉରକେଲା : ଇସ୍ପାତ ସହର ରାଉରକେଲାରେ ଆଜି ପହଞ୍ଚିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ବିପିୟୁଟି ପରିସର‌ରେ ଦେଶର ସର୍ବବୃହତ୍‌ ହକି ଷ୍ଟାଡିୟମର ଭିତ୍ତିପ୍ରସ୍ତର କରିବେ। ନିର୍ମାଣ ହେବାକୁ ଯାଉଥିବା ଏହି ଅତ୍ୟାଧୁନିକ ଷ୍ଟାଡିୟମରେ ଏକକାଳୀନ ୨୦ ହଜାର ଦର୍ଶକ ବସି ଖେଳ ଉପଭୋଗ କରିପାରିବେ। ଏଥିସହ ମୁଖ୍ୟମନ୍ତ୍ରୀ ଜିଲ୍ଲାର ମୋଟ ୪, ୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି।

The post ଆଜି ରାଉରକେଲା ଯାଉଛନ୍ତି ମୁଖ୍ୟମନ୍ତ୍ରୀ first appeared on Sambad.



from ଜିଲ୍ଲା – Sambad https://ift.tt/3s2jtBH