
ଲମତାପୁଟ: ପୁଣି କୋରାପୁଟ ଜିଲ୍ଲାରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଥିବାର ଖବର ମିଳିଛି। ଚୋରାଚାଲାଣ ସମୟରେ ଆନ୍ଧ୍ରପ୍ରଦେଶକୁ ଗଞ୍ଜେଇ ଚୋରାଚାଲାଣ ସମୟରେ ମାଛକୁଣ୍ଡ ଓ ଲମତାପୁଟ ପୁଲିସ ଦ୍ବାରା ପେଟା ଗ୍ରାମ ନିକଟରେ ୬ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୨୦ ଲକ୍ଷ ଟଙ୍କା ହେବ ବୋଲି କୁହାଯାଉଛି।

ଆନ୍ଧ୍ରପ୍ରଦେଶକୁ ଗଞ୍ଜେଇ ଚୋରା ଚାଲାଣ ସମୟରେ ମାଛକୁଣ୍ଡ ଓ ଲମତାପୁଟ ପୁଲିସ ପେଟା ଗ୍ରାମ ନିକଟରେ ଏକ ପିକଅପ ଭ୍ୟାନକୁ ଅଟକାଇଥିଲେ। ସେଥିରୁ ୬ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରାଯାଇଥିଲା। ପୁଲିସ ପିକଅପ ଭ୍ୟାନର ଡ୍ରାଇଭରକୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି।
The post ଚୋରାଚାଲାଣ ସମୟରେ ଲମତାପୁଟରୁ ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଡ୍ରାଇଭର ଅଟକ first appeared on Sambad.
from ଜିଲ୍ଲା – Sambad https://ift.tt/37Gtbll
0 Comments