ଭୁବନେଶ୍ବର: ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶା ସୀମା ବିବାଦରେ ଏକ ଗୁରୁତ୍ବପୂର୍ଣ୍ଣ ଘଟଣାକ୍ରମେ ଆସନ୍ତାକାଲି ଏଆର୍ଙ୍କ ସହ କେତେକ ବରିଷ୍ଠ ଅଧିକାରୀଙ୍କର ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଲୋଚନା ହେବ ବୋଲି ଜଣାଯାଇଛି। ଏହି ଆଲୋଚନାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରମୁଖ ସଚିବ, ଅତିରିକ୍ତ ସଚିବ, ଆଇନ ବିଭାଗର ସଚିବ, କୋରାପୁଟ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ ଅଂଶଗ୍ରହଣ କରିବେ।
ସୀମାବର୍ତ୍ତୀ କୋଟିଆ ପଞ୍ଚାୟତର ଗଂଜାଲାଇପଦର, ଫାଟୁସିନେରୀ ଓ ଫାଗୁନାସିନେରୀ ଗାଁରେ ଆନ୍ଧ୍ରର ନିର୍ବାଚନ ପ୍ରସଙ୍ଗରେ ସମ୍ପୂର୍ଣ୍ଣ ଦସ୍ତାବିଜ ପ୍ରସ୍ତୁତ କରିବାକୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ କୋରାପୁଟ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ତଥ୍ୟ ସହ ମାମଲା ଲଢ଼ୁଥିବା ଓକିଲଙ୍କ ଉପସ୍ଥିତିରେ ଏହି ଆଲୋଚନା କରିବାକୁ ଏଥିରେ କୁହାଯାଇଛି। ଏଥିନେଇ ବିଭାଗୀୟ ଅତିରିକ୍ତ ସଚିବ କୋରାପୁଟ ଜିଲ୍ଲାପାଳଙ୍କୁ ଏକ ପତ୍ର ଲେଖିଛନ୍ତି।
ସୂଚନାଯୋଗ୍ୟ, ଓଡ଼ିଶା ସରକାର ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଆସନ୍ତା ୧୯ ତାରିଖ ଶୁକ୍ରବାର ଦିନ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।
The post କୋଟିଆରେ ଆନ୍ଧ୍ରର ନିର୍ବାଚନ ପ୍ରସଙ୍ଗ: ସୁପ୍ରିମକୋର୍ଟରେ ଶୁଣାଣି ପୂର୍ବରୁ ସମସ୍ତ କାଗଜପତ୍ର ପ୍ରସ୍ତୁତି ପାଇଁ କୋରାପୁଟ ଜିଲ୍ଲାପାଳଙ୍କୁ ରାଜସ୍ୱ ବିଭାଗର ନିର୍ଦ୍ଦେଶ first appeared on Sambad.
from ଜିଲ୍ଲା – Sambad https://ift.tt/2OH6cQC
0 Comments