
ସମ୍ବଲପୁର : ସମ୍ବଲପୁର ସହର ବରେଇପାଲି ଛକ ନିକଟରେ ଗତକାଲି ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଯାଇଛି । ଅଜଣା ଗାଡ଼ି ଧକ୍କାରେ ୩ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ୨ଟି ବାଇକରେ ୪ଜଣ ଯାଉଥିବା ବେଳେ ଏହି ଅଘଟଣ ଘଟିଛି । ଜଣେ ଗୁରୁତର ଆହତଙ୍କୁ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସମସ୍ତ ୪ଜଣ ଯାକ ହୀରାକୁଦ ଅଂଚଳର ବୋଲି ଜଣାପଡିଛି । ଦୁର୍ଘଟଣାସ୍ଥଳରେ ହିଁ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ମୃତ ଲୋକମାନଙ୍କର ପରିଚୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରିନାହିଁ ବୋଲି ପୁଲିସ ସୂତ୍ରରୁ ପ୍ରକାଶ ।
The post ସମ୍ବଲପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଅଜଣା ଗାଡ଼ି ଧକ୍କାରେ ୩ ବାଇକ ଆରୋହୀଙ୍କ ମୃତ୍ୟୁ first appeared on Sambad.
from ଜିଲ୍ଲା – Sambad https://ift.tt/3r6nRzr
0 Comments