
ପୁରୀ: ପିପିଲି ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ଆଜି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ସେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ କେତେକ ବିଧାୟକଙ୍କ ଗହଣରେ ପୁରୀର ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଆଶ୍ରିତ ପୁରୀ ଜିଲ୍ଲା ବିଜେପିର ଜିଲ୍ଲା ସଭାପତି ଅଛନ୍ତି।
ସୂଚନାଯୋଗ୍ୟ, ପିପିଲି ଉପ-ନିର୍ବାଚନ ପାଇଁ ଗତକାଲି ପ୍ରାର୍ଥୀ ଘୋଷଣା କରିଥିଲା ବିଜେପି । ଦଳ ଏଥର ଉପନିର୍ବାଚନରେ ଆଶ୍ରିତ ପଟ୍ଟନାୟକଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଥିଲା। ଏଥିସହ ଆଶ୍ରିତଙ୍କୁ ଆଗରେ ରଖି ଏଥର ବିଜେପି ପିପିଲି ଉପ ନିର୍ବାଚନ ଲଢିବ ବୋଲି ପକ୍କା ହୋଇଯାଇଥିଲା। ଆଶ୍ରିତ ପଟ୍ଟନାୟକ ଗତ ସାଧାରଣ ନିର୍ବାଚନରେ ମଧ୍ୟ ପିପିଲରୁ ବିଜେପି ପ୍ରାର୍ଥୀ ହୋଇଥିଲେ, ହେଲେ ବିଜେଡି ନେତା ପ୍ରଦୀପ ମହାରଥୀଙ୍କଠାରୁ ସେ ହାରିଯାଇଥିଲେ ।
ସେତେବେଳେ କିନ୍ତୁ ସେ ପ୍ରଦୀପ ମହାରଥୀଙ୍କୁ କଡ୍ଡା ଟକ୍କର ଦେଇଥିଲେ। ତାଙ୍କୁ ପ୍ରାୟ ୭୨ ହଜାରରୁ ଅଧିକ ଭୋଟ୍ ମିଳିଥିଲା । ତେଣୁ ଏଥର ଉପ ନିର୍ବାଚନରେ ଦଳ ତାଙ୍କୁ ଆଗରେ ରଖି ନିର୍ବାଚନ ଜିତିବାକୁ ଲକ୍ଷ୍ୟ ରଖିଛି । ସୂଚନା ଥାଉ କି ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ଏବେ ପିପିଲିରେ ଉପନିର୍ବାଚନ ଅନୁଷ୍ଠିତ ହେଉଛି।
ଉଲ୍ଲେଖଯୋଗ୍ୟ, ପିପିଲି ଉପ-ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଶେଷ ତାରିଖ ମାର୍ଚ୍ଚ ୩୦ ତାରିଖ ରହିଛି। ଏପ୍ରିଲ ୧୭ ତାରିଖରେ ବହୁଚର୍ଚ୍ଚିତ ଏହି ଆସନରେ ଉପନିର୍ବାଚନ ପାଇଁ ମତଦାନ ଅନୁଷ୍ଠିତ ହେବ ଓ ମେ’ ୨ ତାରିଖରେ ଫଳାଫଳ ପ୍ରକାଶ ପାଇବ।
The post ପିପିଲି ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ first appeared on Sambad.
from ଜିଲ୍ଲା | Sambad https://ift.tt/3vUi82q
0 Comments