ଭୁବନେଶ୍ୱର: ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଭୀଷଣ କାଳବୈଶାଖୀ ସହ ପ୍ରବଳ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ୨୮ ତାରିଖ (ରବିବାର) ଦିନ ୧ଟା୩୦ରୁ ୨୯ ତାରିଖ (ସୋମବାର) ସକାଳ ୮ଟା ୩୦ ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ରାୟଗଡ଼ା, କଳାହାଣ୍ଡି, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ କନ୍ଧମାଳ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

ତେବେ, ଏହି ସମୟ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା, ବଜ୍ରପାତ ଏବଂ ଘୂର୍ଣ୍ଣିଝଡ଼ ସହ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲା ପାଇଁ କମଳା ବା ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଜଗତସିଂହପୁର, କନ୍ଧମାଳ, ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼ ଏବଂ କଟକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା, ବଜ୍ରପାତ ଏବଂ ଘୂର୍ଣ୍ଣିଝଡ଼ ସହ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲା ପାଇଁ ହଳଦିଆ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ ୨୯ ତାରିଖ (ସୋମବାର) ସକାଳ ୮ଟା୩୦ରୁ ୩୦ ତାରିଖ (ମଙ୍ଗଳବାର) ସକାଳ ୮ଟା୩୦ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, କନ୍ଧମାଳ, ଯାଜପୁର ଜିଲ୍ଲାରେ ହାଲୁକା କିମ୍ବା ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା, ବଜ୍ରପାତ ଏବଂ ଘୂର୍ଣ୍ଣିଝଡ଼ ସହ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲା ପାଇଁ ହଳଦିଆ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

The post ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ରହିଛି କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ ସମ୍ଭାବନା first appeared on Sambad.

from ଜିଲ୍ଲା | Sambad https://ift.tt/3stRzis