ରାଉରକେଲା: ନିର୍ଦ୍ଧାରିତ ସମୟ ଅର୍ଥାତ ସକାଳ ପ୍ରାୟ ୧୦ଟା ୩୫ମିନିଟରେ ରାଉରକେଲା ବିମାନ ବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ତାଙ୍କ ସହିତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ ଓ ଉସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ଇସ୍ପାତ ରାଜ୍ୟ ମନ୍ତ୍ରୀ ଫଗନ ସିଂହ କୁଲସ୍ତେ, ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ, ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ, ସେଲ ଅଧକ୍ଷ୍ୟା ସୋମା ମଣ୍ଡଳ ଓ ଅନ୍ୟ ବରିଷ୍ଟ ଅଧିକାରୀ ଉପସ୍ଥିତ ଥିଲେ।

ବିମାନ ବନ୍ଦରରେ ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା। ପରେ ବିମାନ ବନ୍ଦରରୁ ରାଷ୍ଟ୍ରପତି ସିଧାସଳଖ ଏନଆଇଟିର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାକୁ ବାହାରିଯାଇଛନ୍ତି l ରାଷ୍ଟ୍ରପତି ରାମନାଥ କୋବିନ୍ଦ ପୂର୍ଵାହ୍ନ ୧୧ଟା ରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଏନଆଇଟିରେ ରହିବେ। ଅପରାହ୍ଣ ୩ଟା ୪୫ ମିନିଟରେ ସେ ସୁପର ସ୍ପେସିଆଲିଟି ହସ୍ପିଟାଲକୁ ଲୋକାର୍ପଣ କରିବେ।

 

The post ରାଉରକେଲାରେ ପହଞ୍ଚିଲେ ରାଷ୍ଟ୍ରପତି first appeared on Sambad.

from ଜିଲ୍ଲା | Sambad https://ift.tt/3tLlbs1