ବେଗୁନିଆ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଗୌଡ଼ନୂଆଗାଁର ଭାଗବତ ପଣ୍ଡା ଆଜି ସକାଳେ ଶୌଚ ପାଇଁ ଗ୍ରାମ ନିକଟ ଗାଡ଼ିଆକୁ ଯାଇଥିବା ବେଳେ ସେଠାରେ ଥିବା ବୋରିଂ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଅଚେତ ହୋଇପଡ଼ିଥିଲେ।
ସଙ୍ଗେସଙ୍ଗେ ତାଙ୍କୁ ନିକଟସ୍ଥ କଳାପଥର ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି । ଖବର ପାଇ ବେଗୁନିଆ ପୁଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଅଧିକ ତଦନ୍ତ ଜାରି ରଖିଛି।
The post ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକ ମୃତ first appeared on Sambad.
from ଜିଲ୍ଲା | Sambad https://ift.tt/3ltHUpm
0 Comments