
କଟକ: ଶନିବାର ଅଦାଲତ ବନ୍ଦ ରହିବ। କାର୍ଯ୍ୟ ଦିବସ ଥିବା ସମସ୍ତ ଶନିବାର ଦିନ ଉଚ୍ଚ ନ୍ୟାୟାଳୟ ଓ ଏହାର କାର୍ଯ୍ୟାଳୟ ବନ୍ଦ ରହିବ। ଏ ନେଇ ଉଚ୍ଚ ନ୍ୟାୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜାନୁଆରି ୨୯ରେ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ଜାରି କରିଥିବା ବିଜ୍ଞପ୍ତି ଆଧାରରେ ଉଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ ଏପରି ନିର୍ଦ୍ଦେଶନାମା ଜାରି କରାଯାଇଛି। ଅନ୍ୟାଦେଶ ପର୍ଯ୍ୟନ୍ତ ଏପରି ସବୁ କାର୍ଯ୍ୟ ଦିବସ ଥିବା ଶନିବାର ଉଚ୍ଚ ନ୍ୟାୟାଳୟ ବନ୍ଦ ରହିବ।
ସେହିଭଳି ଭାବେ କାର୍ଯ୍ୟଦିବସ ଥିବା ସମସ୍ତ ଶନିବାର ଦିନ ରାଜ୍ୟର ସମସ୍ତ ସବ୍ଅର୍ଡିନେଟ୍ କୋର୍ଟ (ନିମ୍ନ ଅଦାଲତ), ଟ୍ରିବ୍ୟୁନାଲ ଓ ଏ ସଂପର୍କିତ କାର୍ଯ୍ୟାଳୟ ବନ୍ଦ ରହିବ ବୋଲି ପ୍ରକାଶିତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।
The post ଓଡ଼ିଶାରେ ଶନିବାର ବନ୍ଦ ରହିବ ଅଦାଲତ first appeared on Sambad.
from ଜିଲ୍ଲା – Sambad https://ift.tt/38bJI12
0 Comments