ସୁନ୍ଦରଗଡ଼: ସୁନ୍ଦରଗଡ଼ ଟାଉନ ଥାନା ଅନ୍ତର୍ଗତ ଭୋଜପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବାର ଖବର ମିଳିଛି। ଏହି ଦୁର୍ଘଟଣାରେ ଜଣେ ଶିକ୍ଷୟିତ୍ରୀଙ୍କର ମୃତ୍ୟୁ ଘଟିଛି।

ସବଡେଗା ବ୍ଲକ ବଡମାଲ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ଦମୟନ୍ତୀ ଚୌଧୁରୀ ସ୍କୁଲ ସାରି ସ୍କୁଟିରେ ନିଜ ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି।  ତାଙ୍କ ସ୍କୁଟିକୁ ଏକ ଟ୍ରକ୍ ଧକ୍କା ଦେଲା। ଦମୟନ୍ତୀଙ୍କ ମୁଣ୍ଡ ଉପରେ ଟ୍ରକ୍ ଚଢିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ସେଠାରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଥିଲେ। ପରେ ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା। ନିଜ ଘର ଠାରୁ ଅଳ୍ପ ଦୁରରେ ଏହି ଦୁର୍ଘଟଣା ଘଟିବା ପରେ ଏହି ଅଞ୍ଚଳରେ ଏକ ଶୋକାକୁଳ ପରିବେଶ ଦେଖିବାକୁ ମିଳିଛି। ତେବେ ଦୁର୍ଘଟଣା ଘଟାଇଥିବା ଟ୍ରକକୁ ପୁଲିସ ଜବତ କରିଛି।

The post ସ୍କୁଟିକୁ ଧକ୍କା ଦେଲା ଟ୍ରକ୍: ଘଟଣାସ୍ଥଳରେ ଶିକ୍ଷୟିତ୍ରୀଙ୍କର ମୃତ୍ୟୁ first appeared on Sambad.

from ଜିଲ୍ଲା | Sambad https://ift.tt/3c5YTLE