
ବାଲେଶ୍ବର: ଆଜି ସକାଳେ ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ୫ଟି ସଚିବ ଭିକେ ପାଣ୍ଡିଆନଙ୍କ ସମେତ ପୂର୍ତ୍ତ ସଚିବ କ୍ରିଷ୍ଣନ କୁମାର ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଦିନିକିଆ ବାଲେଶ୍ବର ଗସ୍ତରେ ଆସିଛନ୍ତି। ସଚିବମାନେ ସକାଳ ୭ଟା ୪୦ମିନିଟ ସମୟରେ ହେଲିକପ୍ଟର ଯୋଗେ ଆସି ବାଲେଶ୍ବର ସହରର ପୁଲିସ ପରେଡ୍ ପଡ଼ିଆରେ ଓହ୍ଲାଇଥିଲେ। ୩ ସଚିବଙ୍କୁ ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଏହାପରେ ମୁଖ୍ୟ ଶାସନ ସଚିବ ଏବଂ ୫ଟି ସଚିବ ପ୍ରଥମେ କୁରୁଡ଼ା ସ୍ଥିତ ଜ୍ୟୋତି ହସ୍ପିଟାଲକୁ ଯାଇଛନ୍ତି। ସେଠାରେ କୋଭିଡ ହସ୍ପିଟାଲ ପୁନଃକାର୍ଯ୍ୟକ୍ଷମ ନେଇ ସ୍ଥିତି ଅନୁଧ୍ୟାନ କରିବେ।
ଏହାପରେ ବାଲେଶ୍ବର ସହର ଏବଂ ଏହାର ଆଖପାଖ ଅଞ୍ଚଳରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ବୁଲି ଦେଖିବା ସହ ୫ଟି ଅନ୍ତର୍ଭୁକ୍ତ କାର୍ଯ୍ୟକ୍ରମଗୁଡ଼ିକ କିଭଳି ଚାଲିଛି ସେସବୁର ସମୀକ୍ଷା କରିବେ। ସମୀକ୍ଷା ପରେ ୯ଟା ୧୫ ମିନିଟରେ ମୁଖ୍ୟ ଶାସନ ସଚିବ ଗଣମାଧ୍ୟମକୁ ସମ୍ବୋଧିତ କରିବେ। ଏହାପରେ ୯ଟା ୪୫ରେ ପୁଣି ଭୁବନେଶ୍ବର ଫେରିଯିବାର କାର୍ଯ୍ୟକ୍ରମ ରହିଛି।
The post କୋଭିଡ ହସ୍ପିଟାଲ ପୁନଃକାର୍ଯ୍ୟକ୍ଷମ ନେଇ ସ୍ଥିତି ଅନୁଧ୍ୟାନ କରିବାକୁ ବାଲେଶ୍ୱରରେ ପହଞ୍ଚିଲେ ମୁଖ୍ୟ ଶାସନ ସଚିବ, ୫ଟି ସଚିବ ଓ ପୂର୍ତ୍ତ ସଚିବ first appeared on Sambad.from ଜିଲ୍ଲା | Sambad https://ift.tt/3uMceiq
0 Comments