ଅନୁଗୁଳ: ଅନୁଗୁଳ ଜିଲ୍ଲା ତାଳଚେର ଗୋପାଳପ୍ରସାଦ ସ୍ଥିତ ମା’ ହିଙ୍ଗୁଳା ମନ୍ଦିରର ନିର୍ମାଣ କାର୍ଯ୍ୟ ପାଇଁ କୋଲଫିଲ୍ଡ ଲିମିଟେଡ(ଏମସିଏଲ) ବୋର୍ଡର ସିଏସଆର୍ ପାଣ୍ଠିରୁ ୯.୩୨ କୋଟି ମଞ୍ଜୁର କରାଯାଇଛି। ଏନେଇ ଆଜି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଗତ ଜାନୁଆରି ୧୩ ତାରିଖରେ ଏ ନେଇ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଚିଠି ଲେଖିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଜି ଏମସିଏଲର ସିଏସଆର୍ ପାଣ୍ଠିରୁ ୯.୩୨ କୋଟି ମଞ୍ଜୁର କରିବା ପରେ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ।

ସୂଚନା ମୁତାବକ, ତାଳଚେର ଗୋପାଳପ୍ରସାଦ ସ୍ଥିତ ହିଙ୍ଗୁଳା ଠାକୁରାଣୀ ଟ୍ରଷ୍ଟ ବୋର୍ଡର ପ୍ରସ୍ତାବ ଅନୁସାରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଚିଠି ଲେଖିଥିଲେ ଧର୍ମେନ୍ଦ୍ର ପ୍ରଧାନ। ହିଙ୍ଗୁଳା ମନ୍ଦିର ସମ୍ମୁଖରେ ମୁଖଶାଳା ଓ ଯଜ୍ଞଶାଳାର ନିର୍ମାଣ କାର୍ଯ୍ୟ ପାଇଁ ଏମଏସିଏଲର ସିଏସଆର ପାଣ୍ଠିରୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରସ୍ତାବ ଦିଆଯାଇଥିଲା। ଏହି ସହାୟତା ଦ୍ୱାରା ଶ୍ରଦ୍ଧାଳୁମାନେ ଉପକୃତ ହେବା ସହ ସ୍ଥାନୀୟ ଅଞ୍ଚଳରେ ପର୍ଯ୍ୟଟନର ସୁବିଧା ମଧ୍ୟ ବଢ଼ିବ ବୋଲି ସେ ପତ୍ରରେ ଉଲ୍ଲେଖ କରିଥିଲେ ।

ଏହାର ଜବାବରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପତ୍ର ଲେଖି କହିଛନ୍ତି ଯେ, ଅନୁଗୁଳ ଜିଲ୍ଲା ତାଳଚେର ଗୋପାଳପ୍ରସାଦ ଅଞ୍ଚଳ ପାଇଁ ଏମଏସିଏଲ୍ ବୋର୍ଡ ସିଏସଆର ପାଣ୍ଠିରୁ ୯.୩୨ କୋଟି ଟଙ୍କା ମଞ୍ଜୁର କରିଛି । ସାଧାରଣତଃ ସ୍ଥାନୀୟ ଜନସାଧାରଣଙ୍କ ସୁବିଧା ଏବଂ ପର୍ଯ୍ୟଟନରେ ସୁବିଧା ଯୋଗାଇବା ପାଇଁ ଏହି ଆର୍ଥିକ ସହାୟତାକୁ ଅନୁମୋଦନ ଦିଆଯାଇଛି ବୋଲି ସେ କହିଛନ୍ତି ।

The post ହିଙ୍ଗୁଳା ମନ୍ଦିରର ବିକାଶ ପାଇଁ ଏମସିଏଲର ସିଏସଆର୍ ପାଣ୍ଠିରୁ ୯.୩୨ କୋଟି ମଞ୍ଜୁର first appeared on Sambad.

from ଜିଲ୍ଲା | Sambad https://ift.tt/3vgiEqh