ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଆସ୍କା ସେତୁ ଉଦଘାଟିତ ହୋଇଛି। ବ୍ରିଟିଶ ସମୟର ଦୁଇଟି ପୁରୁଣା ସେତୁକୁ ଜାଗାରେ ଏହାକୁ ନିର୍ମାଣ କରାଯାଇଛି। ଜିଲ୍ଲାର ବିଭିନ୍ନ ଅଞ୍ଚଳର ରାସ୍ତା ପାଇଁ ଏହା ଏକ ଗୁରୁତ୍ବପୂର୍ଣ୍ଣ ସଂଯୋଗ ଭାବେ କାର୍ଯ୍ୟ କରିବ। ଏହାଦ୍ବାରା ଆସ୍କା, ଭଞ୍ଜନଗର, ଛତ୍ରପୁର ଓ ଅନ୍ୟାନ୍ୟ ସହରରୁ ଭୁବନେଶ୍ବରକୁ ଦୂରତା ମଧ୍ୟ କମିବ। ଏହାଦ୍ବାରା ସାଢ଼େ ତିନି ଲକ୍ଷରୁ ଅଧିକ ଲୋକଙ୍କ ଯୋଗାଯୋଗରେ ସୁବିଧା ଆସିବ।
ଏହି ଅବସରରେ ସେ କହିଛନ୍ତି, ଚଳିତ ଆର୍ଥିକ ବର୍ଷରେ ପାଇଁ ୧୦୦୦ କିଲୋମିଟର ରାସ୍ତା ଓ ୩୦ଟି ବଡ଼ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ୨୩୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହାସହିତ ବିଜୁ ସେତୁ ଯୋଜନାରେ ପ୍ରାୟ ୧୦୦୦ କୋଟି ଟଙ୍କା ଓ ଗ୍ରାମ ସଡ଼କ ପାଇଁ ୨୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବାକୁ ଲକ୍ଷ୍ୟ ରଖାଯାଇଛି।

ଗଞ୍ଜାମ ଜିଲ୍ଲା ଆମ ରାଜ୍ୟର ଏକ ସମୃଦ୍ଧ ଜିଲ୍ଲା ଓ ବାଣିଜ୍ୟ କେନ୍ଦ୍ର। ଜିଲ୍ଲାର ଜନସାଧାରଣ ସେମାନଙ୍କ ପରିଶ୍ରମ ପାଇଁ ସୁନାମ କରିଛନ୍ତି । ଏହି ସେତୁ ଦ୍ବାରା ଜିଲ୍ଲାର ବାଣିଜ୍ୟ କାରବାର, ପର୍ଯ୍ୟଟନ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଆହୁରି ଉନ୍ନତି ଆସିବ ବୋଲି ମୁଁ ଆଶା କରୁଛି।
The post ଚଳିତ ବର୍ଷ ରାଜ୍ୟରେ ଏକ ହଜାର କିଲୋମିଟର ରାସ୍ତା ଓ ତିରିଶଟି ସେତୁ ନିର୍ମାଣ କରାଯିବ: ମୁଖ୍ୟମନ୍ତ୍ରୀ first appeared on Sambad.from ଜିଲ୍ଲା | Sambad https://ift.tt/3fCzXxf
0 Comments