
ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ବର୍ଷା ବଜ୍ରପାତ ଆଶଙ୍କା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଆସନ୍ତା ୨୪ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ନୂଆପଡ଼ା, କଟକ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ବଜ୍ରପାତ ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କୋରାପୁଟ, କଟକ, କେନ୍ଦ୍ରାପଡ଼ା, ମାଲକାନଗିରି, ଗଜପତି, ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି, ଗଞ୍ଜାମ ଓ ନବରଙ୍ଗପୁର ଆଦି ରହିଛି। ଏଥିସହିତ ୧୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।
ବର୍ତ୍ତମାନ ସୁଦ୍ଧା ଭବାନିପାଟଣାରେ ସର୍ବାଧିକ ୩୮.୫ ଡିଗ୍ରି ସେଲସିୟସ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ୧୭ଡିଗ୍ରି ତାପମାତ୍ରା ରହିଛି। ତେବେ ଗତ କିଛିଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସହିତ ବର୍ଷା ବି ହେଉଥିବା ଦେଖିବାକୁ ମିଳିଛି।
The post ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ଆଶଙ୍କା first appeared on Sambad.from ଜିଲ୍ଲା | Sambad https://ift.tt/33FvAdE
0 Comments