ଖଡ଼ିଆଳ: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପୋଡାପାଲି ନିବାସୀ ମିଲନ ମାଝୀ (୫୦) ଗତକାଲି ସନ୍ଧ୍ୟାରେ ଘରୁ ବାହାରି ଥିବା ବେଳେ ଘରକୁ ଫେରି ନଥିଲେ। ପରିବାର ଲୋକେ ଖୋଜାଖୋଜି କରିବା ପରେ ବି ତାଙ୍କର କୌଣସି ପତ୍ତା ମିଳିନଥିଲା।
ଆଜି ସକାଳୁ ନିଜ ଜମି ନିକଟସ୍ଥ ଜଙ୍ଗଲରେ ଟାଓ୍ବେଲ ବେକରେ ଲଗାଇ ଆତ୍ମହତ୍ୟା କରିଛନ୍ତି। ପରିବାର ଲୋକେ ଖଡ଼ିଆଳ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏହା ପୂର୍ବରୁ ସେ ବିଷ ଖାଇ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ବଞ୍ଚି ଯାଇଥିବା ଜଣାପଡ଼ିଛି।

The post ଜଙ୍ଗଲରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ first appeared on Sambad.

from ଜିଲ୍ଲା | Sambad https://ift.tt/34tQMDG