ସମ୍ବଲପୁର : ପରମ୍ପରା ଅନୁଯାୟୀ ଜନ୍ମାଷ୍ଟମୀ ପର ଦିନ ନୂଆଁଖାଇ ଲଗ୍ନ ନିର୍ଦ୍ଧାରିତ ହୋଇଥାଏ। ପଶ୍ଚିମ ଓଡ଼ିଶାର ସର୍ବ ପୁରାତନ ଶ୍ରୀଶ୍ରୀ ବ୍ରହ୍ମପୁରା ମନ୍ଦିରରେ ଲଗ୍ନ ନିର୍ଦ୍ଧାରଣ କରାଯାଏ। ମନ୍ଦିର ଟ୍ରଷ୍ଟ ତରଫରୁ ଆୟୋଜିତ ବୈଠକରେ ପଣ୍ଡିତ ଓ ବିଦ୍ୱାନମାନେ ଯୋଗ ଦେଇ ଲଗ୍ନ ନିର୍ଦ୍ଧାରଣ କରନ୍ତି। ଏହି କ୍ରମରେ ଚଳିତ ବର୍ଷ ନୂଆଁଖାଇ ପାଇଁ ଆସନ୍ତା ୩୧ ତାରିଖ ମଙ୍ଗଳବାର ସନ୍ଧ୍ୟା ୫ଟାରେ ଲଗ୍ନ ନିର୍ଦ୍ଧାରଣ ହେବ ବୋଲି ଟ୍ରଷ୍ଟ ପକ୍ଷରୁ ସୂଚନା ଦିଆଯାଇଛି।

ପ୍ରଥମେ ମନ୍ଦିରରେ ଏକ ବୈଠକରେ ଟ୍ରଷ୍ଟ ସଭ୍ୟ, ଜ୍ୟୋତିର୍ବିଦ, ପଣ୍ଡିତ ଓ ବିଦ୍ୱାନମାନେ ନୂଆଖାଇ ପାଇଁ ଲଗ୍ନ ନିର୍ଦ୍ଧାରଣ କରିବେ। ପରେ ସେହି ଲଗ୍ନପତ୍ରକୁ ବ୍ରହ୍ମପୁରା ମନ୍ଦିର ପୂଜକ ଓ ଟ୍ରଷ୍ଟ ସଭ୍ୟମାନେ ମାଁ ସମଲେଶ୍ବରୀ ମନ୍ଦିର ଟ୍ରଷ୍ଟକୁ ପ୍ରଦାନ କରିବେ। ସେହି ଲଗ୍ନ ଓ ସମୟରେ ନୂଆଁଖାଇ ଦିନ ମାଁଙ୍କ ଠାରେ ସର୍ବପ୍ରଥମେ ନବାନ୍ନ ଭୋଗ ଲାଗି ହେବ।

The post ୩୧ରେ ବାହାରିବ ନୂଆଁଖାଇ ଲଗ୍ନ first appeared on Sambad.

from ଜିଲ୍ଲା | Sambad https://ift.tt/3yD2lp7