ବାଲିପାଟଣା : ଭୁବନେଶ୍ୱର କମିସନରେଟ ପୁଲିସ ଅଧୀନ ବାଲିପାଟଣା ଥାନା କୁରୁଞ୍ଜିପୁର ପଞ୍ଚାୟତ ସାନ ମାଛପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ଭ୍ରମର ସାହୁ (୬୦) ବୋଲି ଜଣାପଡ଼ିଛି।

ସୂଚନା ଅନୁସାରେ, ଭ୍ରମର ଆଜି ସକାଳୁ ଫୁଲ ତୋଳି ସାରି କେନାଲରେ ବସାଇଥିବା ମାଛ ଧରା ଅନ୍ଧୁଣି ଆଣିବା ପାଇଁ ଯାଇଥିଲେ। ଏହାରି ଭିତରେ ତାଙ୍କୁ କେଉଁଠି ବିଷାକ୍ତ ସାପ କାମୁଡି ଥିଲା। ସେଠାରୁ ଫେରି ଅଗଣାରେ ଅନ୍ଧୁଣି ଛାଡିବା ସମୟରେ ସେ ଟଳି ପଡ଼ିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ବାଲିପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ ସେଠାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ପଠା ଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରିବାର ତରଫରୁ ବାଲିପାଟଣା ଥାନାରେ ଲିଖିତ ଅଭିଯୋଗ ହେବା ପରେ ପୁଲିସ ଉପସ୍ଥିତିରେ କ୍ୟାପିଟାଲ ହସ୍ପିଟାଲରେ ଶବ ବ୍ୟବଚ୍ଛେଦ କରାଯିବ ବୋଲି ଜଣାପଡିଛି | ଭ୍ରମରଙ୍କ ଅକାଳ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି। ଏହା ସହ ସରକାରୀ ସହାୟତା ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି |

The post ସାପ କାମୁଡାରେ ଚାଷୀଙ୍କ ମୃତ୍ୟୁ first appeared on Sambad.

from ଜିଲ୍ଲା | Sambad https://ift.tt/3hUwAlR