
ଜୟପାଟଣା : କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ବଡ଼କୁଟୁରୁ ଫାଣ୍ଡି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଏ ନେଇ ନାବାଳିକାଙ୍କ ବାପା ୨୨ ଦିନ ପରେ ବଡ଼କୁଟୁରୁ ଫାଣ୍ଡିରେ ଲିଖିତ ଅଭିଯୋଗ କରିଛନ୍ତି।
ଅଭିଯୋଗ ଅନୁସାରେ, ଗାଁର ଜଣେ ଯୁବକ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ନେଇ ନାବାଳିକା ଜଣକ ପରିବାର ଲୋକଙ୍କୁ କହିବା ପରେ ତାଙ୍କ ବାପା ପୁଲିସ ପାଖରେ ଅଭିଯୋଗ କରିଥିଲେ। ପୁଲିସ ଅଭିଯୋଗକୁ ଭିତ୍ତି କରି ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ତେବେ ଅଭିଯୁକ୍ତ ଫେରାର ଥିବା ଜଣାପଡ଼ିଛି। ପୁଲିସ ଅଭିଯୁକ୍ତକୁ ଧରିବା ପାଇଁ ପ୍ରୟାସ ଜାରି ରଖିଛି।
The post ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ first appeared on Sambad.from ଜିଲ୍ଲା | Sambad https://ift.tt/39D9jAm
0 Comments