ପୁରୀ: ଆଜି ପିପିଲି ଉପନିର୍ବାଚନ ଫଳାଫଳ ପ୍ରକାଶ ପାଇବ। ଏଥିଲାଗି ସକାଳ ୮ଟାରୁ ପୋଷ୍ଟାଲ ବାଲାଟ ଗଣତି ଆରମ୍ଭ ହୋଇଥିବା ବେଳେ, ୮ଟା ୩୦ରୁ ଇଭିଏମ ଭୋଟ ଗଣତି ଆରମ୍ଭ ହେବ। ଗୋଟିଏ ହଲରେ ପୋଷ୍ଟାଲ ବାଲଟ୍ ଗଣତି ହୋଇଛି। ଦୁଇଟି ହଲରେ ଇଭିଏମ୍ ବାଲଟ୍ ଗଣତି ହେବ। ଇଭିଏମ୍ ପାଇଁ ଗୋଟିଏ ହଲରେ ୭ଟି ଲେଖାଏଁ ଟେବୁଲ୍ ପଡ଼ିଛି। ସେହି ହିସାବରେ ଦୁଇଟି ହଲ୍ରେ ୧୪ଟି ଟେବୁଲ ପଡ଼ିଛି। ଭୋଟ୍ ଗଣତି କରିବାକୁ ୬୨ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ଗଣତି ଟେବୁଲ୍ ନିକଟରେ ପ୍ରାର୍ଥୀମାନେ ସେମାନଙ୍କ ଏଜେଣ୍ଟ ରହିଛନ୍ତି।
ଗଣମାଧ୍ୟମର କର୍ମଚାରୀ କେବଳ କ୍ୟାମେରା ନେଇ ଗଣତି ହଲ୍ ଭିତରକୁ ଯାଇପାରିବେ। କିନ୍ତୁ ସମସ୍ତେ ଦୁଇ ଡୋଜ୍ କୋଭିଡ ଟିକା ନେଇଥିବେ କିମ୍ବା କୋଭିଡ୍ ନେଗେଟିଭ ରିପୋର୍ଟ ଦେଖାଇବା ବାଧ୍ୟତାମୂଳକ କରାଯାଇଛି।

The post ପିପିଲି ଉପନିର୍ବାଚନର ଭୋଟ୍ ଗଣତି ଆରମ୍ଭ: ପୋଷ୍ଟାଲ ବାଲଟ୍ ଗଣତି ଜାରି first appeared on Sambad.

from ଜିଲ୍ଲା | Sambad https://ift.tt/3a0QK9u