ଭୁବନେଶ୍ୱର: ରାଜ୍ୟରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାହାର ପ୍ରକ୍ରିୟା ଜାରି ରହିଛି। ଗତକାଲି (୧୨, ନଭେମ୍ବର) ସୁଦ୍ଧା ରାଜ୍ୟର ୧୧ଟି ଜିଲ୍ଲାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସଂପୂର୍ଣ୍ଣ ରୂପେ ପ୍ରତ୍ୟାହାର ହୋଇସାରିଥିବା ବେଳେ ଆଜି ଦୁଇଟି ଜିଲ୍ଲାର ଅଧିକାଂଶ ଅଞ୍ଚଳରୁ ଓ ଛଅଟି ଜିଲ୍ଲାର କେତେକ ଅଞ୍ଚଳରୁ ପ୍ରତ୍ୟାହାର ପ୍ରକ୍ରିୟା ଜାରି ରହିଛି। ଅବଶିଷ୍ଟ ଉପକୂଳବର୍ତ୍ତୀ ୧୧ଟି ଜିଲ୍ଲାରୁ ମୌସୁମୀର ପ୍ରତ୍ୟାବର୍ତ୍ତନ ଆରମ୍ଭ ହୋଇ ନଥିଲେ ସୁଦ୍ଧା ଆସନ୍ତା କାଲି ସୁଦ୍ଧା ମୌସୁମୀ ବାୟୁର ପ୍ରତ୍ୟାହାର ପ୍ରକ୍ରିୟା ଆରମ୍ଭ ହୋଇଯିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଅପରପକ୍ଷେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତତ୍ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ୍ ପ୍ରବାହ ଜାରି ରହିଛି ଏବଂ ବର୍ତ୍ତମାନ ଏହା ଦକ୍ଷିଣ-ପଶ୍ଚିମ ଦିଗକୁ ୫.୮ କିଲୋମିଟର ପର୍ଯ୍ୟନ୍ତ ବିସ୍ତାର ହୋଇ ରହିଛି। ଏହାର ପ୍ରଭାବରେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରର ପୂର୍ବ କେନ୍ଦ୍ରୀୟ ଉପକୂଳରେ ଏକ ଲଘୁୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ- ଉତ୍ତରପଶ୍ଚିମ ଦିଗକୁ ଗତିକରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ପହଞ୍ଚିବା ସମ୍ଭାବନା ରହିଛି।
#Withdrawal status of south west #monsoon from Odisha as of yesterday, 12th Oct 2021:
SW Monsoon has completely withdrawn from #11districts of Odisha
From most parts of #2districts & some parts of #6districts.
Yet to withdraw from #11coastal districts of Odisha. pic.twitter.com/Ua60bbCB6K
— Meteorological Centre, Bhubaneswar (@mcbbsr) October 13, 2021
ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଓ ବଜ୍ରପାତକୁ ନେଇ କୌଣସି ପ୍ରକାରର ସତର୍କ ସୂଚନା ନାହିଁ। ତେବେ, ଏହି ସମୟ ମଧ୍ୟରେ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ରାୟଗଡା ଓ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସୂଚନାରେ କୁହାଯାଇଛି।
The post ରାଜ୍ୟରୁ ଫେରୁଛି ମୌସୁମୀ; ୪ ଜିଲ୍ଲାରେ ବର୍ଷା ସମ୍ଭାବନା first appeared on Sambad.from ଜିଲ୍ଲା | Sambad https://ift.tt/3v83jcG
0 Comments