
ମାଲକାନଗିରି: ମାଲକାନଗିରି ଜିଲ୍ଲା ଅନ୍ତର୍ଗତ ଚିତ୍ରକୋଣ୍ଡା ପୁଲିସ ତରଫରୁ ଚଢାଉ କରାଯାଇ ୫୬ ଲିଟର ବିଦେଶୀ ମଦ ଜବତ କରାଯାଇଥିବା ବେଳେ ଜଣକୁ ଗିରଫ କରାଯାଇଛି। ଚିତ୍ରକୋଣ୍ଡା ଏସଡିପିଓ ଅଂଶୁମାନ ଦ୍ବିବେଦୀ ଏକ ପ୍ରେସ ବିଜ୍ଞପ୍ତିରେ ପ୍ରକାଶ କରିଛନ୍ତି ଯେ ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଡାଇକ-୩ ଗ୍ରାମରେ ବିଦେଶୀ ମଦ କାରବାର ହେଉଥିବା ନେଇ ବିଶେଷ ସୂତ୍ରରୁ ଖବର ପାଇ ଚିତ୍ରକୋଣ୍ଡା ପୁଲିସ ଚଢାଉ କରିଥିଲା।
ଏହି ଚଢାଉରେ ୫୬ ଲିଟର ୨୬୦ ମିଲିଲିଟର ବିଦେଶୀ ମଦ ଜବତ କରାଯାଇଥିଲା। ଏଥିସହ ମଦ ବିକ୍ରି କରୁଥିବା ଅଙ୍ଗଦ ଖୋସଲାଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା କୁହାଯାଇଛି।
The post ୫୬ ଲିଟର ବିଦେଶୀ ମଦ ଜବତ, ଜଣେ ଗିରଫ first appeared on Sambad.from ଜିଲ୍ଲା | Sambad https://ift.tt/3msZagG
0 Comments