ତେଲକୋଇ : ତେଲକୋଇ କେସିସି ବ୍ୟାଙ୍କ ନିକଟରେ ଥିବା ବଳରାମ ହୋଟେଲରେ ଆଜି ସନ୍ଧ୍ୟା ସାଢ଼େ ୭ଟା ବେଳେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ନଡ଼ା ଛପର ହୋଟେଲଟି ସମ୍ପୂର୍ଣ୍ଣ ପୋଡ଼ି ଯାଇଛି। ରୋଷେଇ ନିଆଁରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ଖବର ପାଇ ତେଲକୋଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ନଷ୍ଟ ହୋଇଯାଇଛି। ତେଲକୋଇର ବଳରାମ ବେହେରା ହୋଟେଲ କରି ପରିବାର ପ୍ରତିପୋଷଣ କରୁଥିଲେ। ତାଙ୍କୁ ସରକାରୀ ସହାୟତା ଯୋଗାଇଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

The post ତେଲକୋଇ: ହୋଟେଲ ଜଳିଗଲା, ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ନଷ୍ଟ first appeared on Sambad.

from ଜିଲ୍ଲା | Sambad https://ift.tt/3Bzk9Uj