
ଆନନ୍ଦପୁର : ଆନନ୍ଦପୁର ସୀମାନ୍ତ ମହୁଲଡିହା ଥାନା ସାତକୋଶିଆ ଘୋଡ଼ାଘାଟି ନିକଟରେ ଏକ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହେବାରୁ ଡ୍ରାଇଭର ଗୁରୁତର ହୋଇଛନ୍ତି। ଗୁରୁତର ଜଣଙ୍କ ହେଲେ ଚୈତନ୍ୟ ମୁଣ୍ଡା (୩୦)। ତାଙ୍କୁ ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଚୈତନ୍ୟ ୧୦୨ ଆମ୍ବୁଲାନ୍ସର ଡ୍ରାଇଭର। ଗତକାଲି ଗୟଳମୁଣ୍ଡାରେ ଜଣେ ରୋଗୀଙ୍କୁ ଛାଡ଼ି ଫେରୁଥିବାବେଳେ ଆମ୍ବୁଲାନ୍ସଟି ଭାରସାମ୍ୟ ହରାଇ ରାସ୍ତାକଡ଼ ଗଛରେ ପିଟି ହୋଇଥିଲା। ଚୈତନ୍ୟଙ୍କ ମୁଣ୍ଡ, ଗୋଡ଼ ଓ ହାତରେ ଗଭୀର ଆଘାତ ଲାଗିଛି।
The post ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ଗୁରୁତର ଅବସ୍ଥାରେ ଡ୍ରାଇଭର ଡାକ୍ତରଖାନାରେ ଭର୍ତ୍ତି first appeared on Sambad.from ଜିଲ୍ଲା | Sambad https://ift.tt/3EPc4Mn
0 Comments